ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତି ମହିଳା ସ୍ନାତକ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଅଧିକାରୀ ସୁଶ୍ରୀ ମଧୁସ୍ମିତା ପ୍ରଧାନ ଓ ଯୁବ ରେଡକ୍ରସ୍ ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ପଣ୍ଡିତଙ୍କ ମିଳିତ ଆନୁକୁଲ୍ୟରେ ହୋଇଥିଲା।
ମହାବିଦ୍ୟାଳୟର ଅଧ୍ୟକ୍ଷା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉଦବୋଧନ ଦେଇଥିବା ବେଳେ ଜାତୀୟ ସେବା ଯୋଜନା ଅଧିକାରୀ ସୁଶ୍ରୀ ମଧୁସ୍ମିତା ପ୍ରଧାନ ଦୁର୍ନୀତିକୁ କିପରି ରୋକା ଯାଇପାରିବ , ସେ ବିଷୟରେ ଆଲୋକପାତ କରିଥିଲେ। ଏ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଉପସ୍ଥିତ ସମସ୍ତ ଙ୍କୁ ଶପଥ ପାଠ କରାଯାଇଥିଲା। ଯୁବ ରେଡକ୍ରସ୍ ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ପଣ୍ଡିତ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା , ଅଧ୍ୟାପକ , କର୍ମଚାରୀ ବୃନ୍ଦ ଉପସ୍ଥିତ ରହିଥିଲେ।
Sign in
Sign in
Recover your password.
A password will be e-mailed to you.