ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ତତ୍ତ୍ୱାବଧାନରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍.ଏଲ୍.ଏନ୍ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ପଞ୍ଚମ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗାଙ୍ଗପୁର ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଇନ୍ଦନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ପଞ୍ଚମ ମାସିକ ବୈଠକରେ ପ୍ରଧାନ ଶିକ୍ଷୟିତ୍ରୀ ସୁଚରିତା ଗୌଡ଼,ଶାନ୍ତିଲତା ବେହେରା,ସସ୍ମିତା ରାଣୀ ଦାସ୍, ପ୍ରଧାନ ଶିକ୍ଷକ ଶିବରାମ ବେହେରା,ବିଷ୍ଣୁପ୍ରସାଦ ବେହେରା, ଶିଶିର କୁମାର ସ୍ୱାଇଁ,ଶୀତଳ ପ୍ରସାଦ ଜେନା,ଗଙ୍ଗାଧର ସ୍ଵାଇଁ,ଏଫ୍.ଏଲ୍.ଏନ୍ ଶିକ୍ଷକ ରାମଚନ୍ଦ୍ର ଗୌଡ଼,କାର୍ତ୍ତିକ ସେଠୀ,ଶିକ୍ଷୟିତ୍ରୀ ଶୁଭାଙ୍ଗିନୀ ସାହୁ,ଦୀପା ପ୍ରଧାନ,ମାନସୀ ନାୟକ,ଆରତୀ ପାତ୍ର,ପୁଷ୍ପାଞ୍ଜଳି ପାଢୀ, ଶୁଭଶ୍ରୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ I ବୈଠକରେ ବିଦ୍ୟାଳୟ ମନିଟରିଂ,ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ,ଏଫ୍ଏଲ୍ଏନ୍ ଟ୍ରାକର୍,ଶିକ୍ଷଣ ସୋପାନ, ପର୍ଯ୍ୟାୟ ଭିତ୍ତିକ ମାନ ନିର୍ଦ୍ଧାରଣ,ଟାବଲେଟ୍ ର ବ୍ୟବହାର,ଜାତୀୟ ଉପଲବ୍ଧିଳକ ପରୀକ୍ଷଣ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଥିଲା I ସେହିପରି ବ୍ଳକ୍ ର କ୍ଷତ୍ରିୟବରପୁର,ଏନ୍.ପି.ଶାସନ, ଗୋବରା,ନେଟଙ୍ଗା,ବଡ଼ପଡ଼ା,ପାଟୁଳିସାହି,ତନରଡା,ମଙ୍ଗଳପୁର,ଆମ୍ବପୁଆ,ଉଢୁରା କ୍ଲଷ୍ଟର୍ ରେ ସିଆରସିସି ଛାୟାକାନ୍ତ ମହାପାତ୍ର,ସୁକାନ୍ତ ନାୟକ ,ହରେକୃଷ୍ଣ ଶତପଥି, ସୁଧୀର କୁମାର ତ୍ରିପାଠି ,ଅନନ୍ତ ସେଠୀ , କାଳୁ ଚରଣ ଗୌଡ଼,ମନୋଜ ପଟ୍ଟନାୟକ,ରଞ୍ଜିତ୍ ସାହୁ,ପ୍ରଶାନ୍ତ ପଟ୍ଟନାୟକ, ରମେଶ୍ ପାଣିଗ୍ରାହୀଙ୍କ ତତ୍ତ୍ୱାବଧାନରେ ଏହି ପଞ୍ଚମ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି I
Sign in
Sign in
Recover your password.
A password will be e-mailed to you.