ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ-୨୦୨୪ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଛି।
ଗଜପତି ଜିଲ୍ଲାର ଲୋକ କଳା ସାଂସ୍କୃତିକ ଉତ୍ସବକୁ ସୁରୁଖୁରୁରେ ତୁଲାଇବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧକ୍ଷତାରେ ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ସଭା ଗୃହଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତିରୁପତି ରାଓ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପାରଳାଖେମୁଣ୍ଡି ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ , ଡିଏସପି ଡ଼.ଚନ୍ଦ୍ର ଶେଖର ହୋତା , ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ଶ୍ରୀ ଅନାଦି ପ୍ରାଣିଗ୍ରାହୀ , କୋଷାଧ୍ୟକ୍ଷ ଗଜପତି ଉତ୍ସବ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ମଞ୍ଚାସିନ ରହିଥିଲେ।
ଗଜପତି ମହୋତ୍ସବ ୨୦୨୪ର ପବିତ୍ର ମହେନ୍ଦ୍ରଗିରି ପର୍ବତ ଗିରିଶୃଙ୍ଗଠାରୁ ମଶାଲ ଶୁଭାରମ୍ଭ ହେବ। ଆସନ୍ତା ଡ଼ିସେମ୍ବର ୧୮ ଠାରୁ ୨୨ ତାରିଖ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବ। ଏହି ମହୋତ୍ସବରେ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳର ଆଦିବାସୀଙ୍କ କଳା ଓ ସଂସ୍କୃତି ପ୍ରଦର୍ଶନ ହେବା ସହ ରାଜ୍ୟର ବିଭିନ୍ନ ଆଦିବାସୀ ନୃତ୍ୟ ଓ ସଙ୍ଗୀତକୁ ମଧ୍ୟ ସ୍ଥାନ ଦିଆଯିବ ବୋଲି ଜିଲ୍ଲାପାଳ ଜଣାଇଛନ୍ତି।
ଏହି ବୈଠକରେ ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ବିଭିନ୍ନ ବ୍ଲକ୍ ର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା , ଜିଲ୍ଲାପରିଷଦ ସଭ୍ୟ ସଭ୍ୟା , ବଶିଷ୍ଠ ନାଗରିକ , ବୁଦ୍ଧିଜୀବୀ , ଆଇନଜୀବୀ ବିଭିନ୍ନ ବିଭାଗର ଅଧିକାରୀ ଗଣ ଓ ସମସ୍ତ ଗଣମାଧ୍ୟମ ପ୍ରତିନିଧି ଗଣ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post