ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଆଜି (ଶନିବାର) ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି।
ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଯୋଗଦେଇ ଉପସ୍ଥିତ ଥିବା ଜିଲ୍ଲାର ସମସ୍ତ ଅଧିକାରୀ , କର୍ମଚାରୀ , ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ , ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଶପଥ ପାଠ କରାଇବା ସହିତ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଆରକ୍ଷୀ ଅଧିକ୍ଷକ ଗଜପତି , ଶ୍ରୀ ସନ୍ତୋଷ କୁମାର ମିଶ୍ର , ଓଏସଡି , ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର , ଶ୍ରୀ ଜି.ତିରୁପତି ରାଓ , ସଭାପତି , ଜିଲ୍ଲାପରିଷଦ , ଶ୍ରୀମତୀ ନିର୍ମଳା ସେଠୀ , ଅଧ୍ୟକ୍ଷା ପୌରପରିଷଦ ପାରଳାଖେମୁଣ୍ଡି , ଡ଼. ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ ଶ୍ରୀ ଅନୁପ ପଣ୍ଡା , ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ପ୍ରମୁଖ ମଞ୍ଚାସିନ ଥିଲେ।
ଆଜିର ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି ବିଷୟରେ ଆଲୋଚନା କରାଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାଶ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ ଏବେ ଠାରୁ ସାଦୁତା , ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ପାଳନ କରିବାକୁ ହେବ ଏବଂ ଦୁର୍ନିତି ମୂଳ ଉତ୍ପାଟନ ନିମନ୍ତେ ସରକାର , ନାଗରିକ , ଘରୋଇ କ୍ଷେତ୍ରରେ ସମସ୍ତେ ଏକତ୍ରିତ ହୋଇ କାର୍ଯ୍ୟ କରିବା ଉଚିତ। ସେହିପରି ସାଧୁତା ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ହିଁ କର୍ମର ମୂଳମନ୍ତ୍ର ବୋଲି ସେ କହିଛନ୍ତି।
ସେହିପରି ଆରକ୍ଷୀ ଅଧିକ୍ଷକ ଗଜପତି ସମ୍ମାନିତ ଅତିଥି ଭାବରେ ଯୋଗଦେଇ କହିଥିଲେ ଦେଶର ଆର୍ଥିକ , ରାଜନୈତିକ ଓ ସାମାଜିକ ଉନ୍ନତିରେ ଦୁର୍ନୀତି ବାଧକ ସାଜିଛି ତେଣୁ ସମାଜର ପ୍ରତ୍ୟେକ ବର୍ଗ ଓ ଦୁର୍ନୀତିର ମୂଳ ଉତ୍ପାଟନ ପାଇଁ ଆଗେଇ ଆସିବା ଉଚିତ ବୋଲି କହିଛନ୍ତି ।
ଗତ ମାସ ୨୮ ଅକ୍ଟୋବର ତାରିଖ ଠାରୁ ନଭେମ୍ବର ୦୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି ବୋଲି ଶ୍ରୀଯୁକ୍ତ ମିଶ୍ର , ଓଏସଡି , ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର କହିଛନ୍ତି। ସମସ୍ତ ଅତିଥି ମାନେ ଯୋଗଦେଇ କହିଥିଲେ ଯେ ଦୁର୍ନୀତି ନିବାରଣ ଦିଗରେ ସରକାରଙ୍କ ଦ୍ବାରା କରାଯାଉଥିବା ସମସ୍ତ ବ୍ୟବସ୍ଥାକୁ କଡାକଡି ଭାବରେ ପାଳନ କରିବା ସହିତ ସାଦୁତା , ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ହିଁ କର୍ମର ମୂଳମନ୍ତ୍ର ବୋଲି କହିଛନ୍ତି। ସମସ୍ତେ ଏକତ୍ରିତ ହୋଇ ସଚେତନତା ଓ ସତର୍କତା ରହି ଜନସାଧାରଣଙ୍କୁ ଏହି ଦିଗରେ ଅଧିକରୁ ଅଧିକ ସଚେତନ କରାଇବାକୁ ପଡ଼ିବ ବୋଲି କହିଥିଲେ।
ଏହି ଅବସରରେ ଆଜି ସକାଳେ ମହାରାଜଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସଚେତନା ରାଲୀ ଆୟୋଜନ କରାଯାଇଥିଲା। ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମଧ୍ୟରେ ଓଡ଼ିଆ ପ୍ରବନ୍ଧ ଓ ବକୃତା ପ୍ରତିଯୋଗିତାର ଅନୁଷ୍ଠିତ ହୋଇଥିଲା ଏଥିରେ କୃତୀ ପ୍ରତିଯଗୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଭାସୁଦେବ ରାଓ , ଜିଲ୍ଲା ଦୁର୍ନୀତି ନିବାରଣ ଅଧିକାରୀ , ଗଜପତି , ଆଞ୍ଚଳିକ ପରିବହନ (ଏମ.ଭି.ଆଇ.) ଶ୍ରୀ ତୁଷାର ହେମ୍ବ୍ରମ , ଶ୍ରୀ ତ୍ରିଲୋଚନ ଷଡ଼ଙ୍ଗୀ ଦୁର୍ନୀତି ନିବାରଣ ଗଜପତି , ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ , ଗଣମାଧ୍ୟମ ପ୍ରତିନିଧି ଗଣ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଓ କର୍ମଚାରୀ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post