ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

4

 ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା. ୦୪.୧୧.୨୦୨୪ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଆଜି ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୮୨ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୪୮ଗୋଟି ଓ ସାମୂହିତ ୩୦ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୪ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଓ ଜଣଙ୍କୁ ରେଡ଼କ୍ରସ ଫଣ୍ଡରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉଚ୍ଚ ଶିକ୍ଷା ସହାୟତା ରାଶି ୧୬ ଜଣଙ୍କୁ ପ୍ରଦାନ କରାଯାଇଥିଲା । ମିଶନ ସକ୍ଷମତା ଫଣ୍ଡ ରାଶିରୁ ୧୦ ଜଣଙ୍କୁ ୫୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ଜନଶୁଣାଣି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସମାଜ କଲ୍ୟାଣ, ପଞ୍ଚାୟତିରାଜ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ତହସିଲ ଇତ୍ୟାଦି ବିଭାଗ ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେଇ ଏହାର ଆଶୁ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଅରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ସୁଚେତା ପାଣି, ସି.ଡି.ଭି.ଓ. ଡଃ. ରଜନୀକାନ୍ତ ରଥ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଲୟ କୁମାର ପରିଡା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ପଞ୍ଚାୟାତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସହାୟକ ନିର୍ଦ୍ଦେଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର, ତହସିଲଦାର ଭବାନୀପାଟଣା ଶୁଭସ୍ମୀତା ମିଶ୍ର, ବି. ଡି. ଓ. ଭବାନୀପାଟଣା ଚନ୍ଦନ ଭୋଇଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.