ଜେଲ ଅନ୍ତେବାସୀମାନଙ୍କ ପାଇଁ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ

5

ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା କାରାଗାରଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମକୁ  ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,  ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦୁର୍ଗା ଚରଣ ଦାସ, ଜିଲ୍ଲା କାରାଗାରର ଅଧୀକ୍ଷକ ପ୍ରଫୁଲ୍ଲ କୁମାର କବି, ସରକାରୀ ତାଲିମ ପ୍ରତିଷ୍ଠାନ ନୟାଗଡ଼ର ଅଧ୍ୟକ୍ଷ କାନ୍ତି ରଂଜନ ସାହୁ ଏବଂ ସିପିଆଇଟି ସଂସ୍ଥାର ଓଡ଼ିଶା ମୁଖ୍ୟ ଅନିକେତ୍ ଦାଶ ଆଦି ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଜିଲ୍ଲା କାରାଗାର ନୟାଗଡ଼ର ୬୦ ଜଣ ଅନ୍ତେବାସୀଙ୍କୁ ଇଲେକ୍ଟ୍ରିକାଲ ଟେକ୍‌ନିସିଆନ ଏବଂ ଏଲଇଡି ଲାଇଟ୍  ଟେକ୍‌ନିସିଆନ ବିଭାଗରେ ପ୍ରଶିକ୍ଷଣ ପ୍ରଦାନ କରାଯିବ । ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ଅନ୍ୟାନ୍ୟ ଉପସ୍ଥିତ ଅଧିକାରୀମାନେ ଅନ୍ତେବାସୀମାନଙ୍କର ଉଜ୍ୱଳ ଭବିଷ୍ୟତ ପାଇଁ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ ।

Leave A Reply

Your email address will not be published.