ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ ଵାନ୍ଦୁପାଲି କ୍ଲଷ୍ଟରର ଭାଲୁପାଲି ସ୍କୁଲରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ଅକ୍ଷୟ କୁମାର ପ୍ରଧାନ, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ପାଣ୍ଡେ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ସିଆରସିସି ସୀତାରାମ ଦୀପଙ୍କ ଆଵାହକତ୍ଵ ତଥା ପ୍ରଧାନ ଶିକ୍ଷକ ଭାସ୍କର ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସଂପର୍କିତ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। କ୍ୟାରିୟର ମାର୍ଗଦର୍ଶନ ଓ୍ଵେଵସାଇଟ ସଂପର୍କରେ ଵିଶଦ ଆଲୋଚନା ହୋଇଥିଲା। କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକରେ ସାମିଲ୍ ହେଇଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post