ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ଆଦିବାସୀ ଦୁର୍ଗମ ଅଞ୍ଚଳ ବଡ଼ଜିରୀ, ତୁକୁଡ଼ା, ଲୁଣି ପରିଦର୍ଶନ କରି ଲୋକ ମାନଙ୍କ ସମସ୍ୟା ବୁଝିବା ସହ ତୁକୁଡା ଗ୍ରାମ ରେ ଏକ କୋଠଘର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା।ବିଧାୟକ ଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସରପଞ୍ଚ ସୁମିତ୍ରା ଜାନୀ,ସମିତି ସଭ୍ୟା ପ୍ରଭାତୀ ମଳିକ,ନାଏବ ସରପଞ୍ଚ ପ୍ରହଲ୍ଲାଦ ମଳିକ,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ଯୁବ ସଂଗଠକ ଦିଲ୍ଲୀପ କୁମାର ଜାନୀ,ପ୍ରକାଶ ନାୟକ ପ୍ରମୁଖ ଯୋଗ ଦେଇଥିଲେ।ଲୋକମାନଙ୍କୁ ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ଦଶପଲ୍ଲା ବିଧାୟକ।ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କୁ ଆଦିବାସୀ ଅଞ୍ଚଳ ବାସୀ ଭବ୍ୟ ସ୍ଵାଗତ କରିଥଲେ।
Sign in
Sign in
Recover your password.
A password will be e-mailed to you.