ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. ୨୫.୧୧.୨୦୨୪ – କଳାହାଣ୍ଡି ଜିଲ୍ଲା ଅଧୀନସ୍ତ କେସିଙ୍ଗା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା 33 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୩ ଗୋଟି ଓ ସାମୂହିକ ୧୦ ଗୋଟି ରହିଥିବା ବେଳେ ୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡଃ. ନୀହାରେନ୍ଦ୍ର ପଣ୍ଡା, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଡେପୁଟି ଜିଲ୍ଲାପାଳ ଚନ୍ଦ୍ରଦାଶ ମହାନନ୍ଦିଆ, କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କେସିଙ୍ଗା, ତହସିଲଦାର କେସିଙ୍ଗା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.