ରାୟଗଡ : ତା ୦୨/୧୨/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷl,ସୁଶ୍ରୀ ଏସ ସ୍ୱାତୀ କୁମାର,ଖଣ୍ଡିୟ ବନ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ,ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ , ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୮୨ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୫୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୧୨ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l
ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ ନାୟକ, ରାୟଗଡ, ଜିଲ୍ଲା ମଙ୍ଗଳ ଅଧିକାରୀ, ଭରତ ଭୂଷଣ ବିଶ୍ୱାଳ, ରାୟଗଡ ପିଡି ୱାଟରସେଡ, ଡ଼ଃ ଦୟାନିଧି ବାଗ,ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ , ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ କୋଠାବାଡି, ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲlକ୍ରୀଡା ଅଧିକାରୀ,ଶେଖ ଅଲେନୁର,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓରମାସର ଡେପୁଟି ସିଇଓ ମନୋଜ କୁମାର ପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post
Next Post