ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡରଟେକିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

2

ନୂଆଦିଲ୍ଲୀ/ଭୁବନେଶ୍ୱର, ୦୯/୧୨- ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡରଟେକିଂ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ସୂଚନାଯୋଗ୍ୟ, ଦେଶର ଗୁରୁତ୍ୱପୂର୍ଣ୍ଣ କମିଟି ଗୁଡିକ ମଧ୍ୟରୁ ପବ୍ଲିକ ଅଣ୍ଡରଟେକିଂ କମିଟି ଅନ୍ୟତମ। ଶ୍ରୀ ପଣ୍ଡା ଏହି କମିଟିର ଅଧ୍ୟକ୍ଷ ହେବାପରେ ଏହା ତାଙ୍କର ଷଷ୍ଠ ବୈଠକ। ଏହି ବୈଠକରେ ଭାରତ ସଂଚାର ନିଗମ ଲିମିଟେଡ, ଟେଲିକମ ମନ୍ତ୍ରଣାଳୟର ପ୍ରତିନିଧି ମାନେ କମିଟି ସମ୍ମୁଖରେ ଉପସ୍ଥିତ ହୋଇ ନିଜର ପକ୍ଷ ରଖିଛନ୍ତି। ଏହି ବୈଠକରେ ଓଡ଼ିଶାରୁ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ସମେତ ଅନ୍ୟ ସଦସ୍ୟ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.