ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

2

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବୃଷଭ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୃଷଭ ଗ୍ରାମ ପଞ୍ଚାୟତ ସମେତ ବାଇଝଲ , ଗାଇବା ଓ ପରିଡ଼ା ପଞ୍ଚାୟତର ସମୁଦାୟ ମୋଟ-୮୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୪୫ ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ସବୁ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.