ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରମିଳା ପ୍ରଧାନ ଓ ତାଙ୍କ ସ୍ୱାମୀ ତଥା ଆମ୍ବପୁଆ ପଞ୍ଚାୟତର ପୁର୍ବତନ ସରପଞ୍ଚ ପ୍ରମୋଦ ପ୍ରଧାନ,ବିଜେଡି ତ୍ୟାଗ କରି ବିଜେପି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସୋରଡା ବିଧାୟକ ନୀଳମଣି ବିଷୋୟୀଙ୍କ ନେତୃତ୍ବରେ ଭୁବନେଶ୍ଵର ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ବିଜେପିରେ ଯୋଗଦାନ କରିଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନ ଓ ପ୍ରମୋଦ ଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିବା ଜଣାପଡିଛି । ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିଲେ ।ଏହା ପରେ ଶ୍ରୀମତୀ ପ୍ରଧାନ ଓ ପ୍ରମୋଦ ବିଧାୟକ ନୀଳମଣୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିନନ୍ଦନ ଜଣାଇ ବେଲଗୁଣ୍ଠା ବ୍ଳକର ଉନ୍ମୟନ ମୁଳକ କାର୍ଯ୍ୟ ପାଇଁ ସହଯୋଗ କରିବା ପାଇଁ ନିବେଦନ କରିଥିଲେ । ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କ ନେତୃତ୍ବରେ ସୋରଡ଼ା ନିର୍ବାଚନ ମଣ୍ଡଳୀର ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ସରକାରଙ୍କ ଦ୍ବାରା ଆବଶ୍ୟକୀୟ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଥିଲେ ।ପ୍ରକାଶ ଥାଉ କି, ପୁର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ବିଜେଡ଼ିର ତୁଙ୍ଗ ନେତା ପ୍ରଶାନ୍ତ ନାୟକଙ୍କ ଅକାଳ ବିୟୋଗ ପରେ ଉପାଧ୍ୟକ୍ଷା ଥିବା ପ୍ରମିଳା ପ୍ରଧାନ ତିନି ମାସ ତଳେ ଅଧ୍ୟକ୍ଷା ଦାୟିତ୍ୱ ଗ୍ରହଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.