ନବୀନ ପଟନାୟକ ଙ୍କୁ ଭେଟିଲେ ବଡମ୍ବା ର ନବେରୁ ଉର୍ଦ୍ଧ ପଂଚାୟତ ପ୍ରତିନିଧି.

2

ଭୁବନେଶ୍ୱର: ବଡମ୍ବା ନରସିଂହପୁର ନିର୍ବାଚନ ମଣ୍ଡଳୀ ର ନବେରୁ ଉର୍ଦ୍ଧ ସରପଞ୍ଚ, ଓ ପଂଚାୟତ ପ୍ରତିନିଧି ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଙ୍କୁ ଭେଟି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ |
ସେମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷ,ଉପାଧ୍ୟକ୍ଷ ଓ ଜ଼ିଲ୍ଲା ପରିଷଦ ସଭ୍ୟ ମାନେ ମଧ୍ୟ ସାମିଲ ଥିଲେ 

ବିଜେଡି ସରକାର ସମୟରେ ଆରମ୍ଭ ହୋଇଥିବା କଲ୍ୟାଣ କାର୍ଯ୍ୟକ୍ରମ ର ସୁଫଳ ଲୋକଙ୍କ ପାଖରେ ଠିକ ଭାବରେ ପହଁଚୁଛି କି ନାହିଁ ତା ଉପରେ ଦୃଷ୍ଟି ରଖିବା ପାଇଁ ଶ୍ରୀ ପଟନାୟକ ପରାମର୍ଶ ଦେଇଥିଲେ.ଏହା ସହିତ ଦଳ ର ସାଂଗଠନିକ ଶକ୍ତି ବୃଦ୍ଧି କରିବା ପାଇଁ ସମସ୍ତେ ଏକାଠି ହୋଇ କାମ କରିବା ଉପରେ ଶ୍ରୀ ପଟନାୟକ ଗୁରୁତ୍ୱ ଆରୋପ କରିଥିଲେ 

ଏହି ସାକ୍ଷାତ ସମୟରେ ପୂର୍ବତନ ମନ୍ତ୍ରୀ ତଥା ବଡମ୍ବା ର ପୂର୍ବତନ ବିଧାୟକ ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ଥିଲେ |

Leave A Reply

Your email address will not be published.