ନିଶା ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତ ଅନୁଷ୍ଠିତ

3

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଆଜି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ , ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବକ୍ତୃତା , ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଅଧ୍ୟକ୍ଷତାରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ବ୍ଲକ ସ୍ତରୀୟ ବକ୍ତୃତା , ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇ ପ୍ରଥମ ସ୍ଥାନ ଅଧିକାର କରିଥିବା ୪୨ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ବକ୍ତୃତା , ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନରୁ କନିଷ୍ଠ ଓ ବରିଷ୍ଠ ବର୍ଗରେ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ମୋଟ ୧୮ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାୟକ ସମେତ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ , ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ , ପାରଳାଖେମୁଣ୍ଡି ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ।
ଶେଷରେ ଶ୍ରୀ ଶେଷଗିରି ବେହେରା , କନିଷ୍ଠ ସହାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କରିଥିଲେ।

Leave A Reply

Your email address will not be published.