ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ଡିସେମ୍ବର ମାସ ୧୬ ତାରିଖ ସୋମବାର ୨୦୨୪ ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଯୋଗଦାନ କରିଥିଲେ।
ଆଜିର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସମୁଦାୟ ୭୪ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୬୪ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୧୦ ଟି ଥିଲା। ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୪ ଟି ଅଭିଯୋଗର ଫଇସଲା କରିଥିଲେ। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗ ର ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଏସ୍ . ଡି. ପି.ଓ ଶ୍ରୀ ସୁଜିତ କୁମାର ନାୟକ,ବେଲଗୁଣ୍ଠା ତହସିଲଦାର ଶ୍ରୀ କଳାକୃଷ୍ଣ ପ୍ରଧାନ, ପୁତ୍ତ ବିଭାଗ ଏସ.ଡି.ଓ ଭଞ୍ଜନଗର ଶ୍ରୀ ପ୍ରତାପ ନାୟକ,ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ୍. ଧନଞ୍ଜୟ,ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର,ବିଜ୍ଞାପିତ ଅଞ୍ଚଳ ପରିଷଦ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମୁରଲୀ କୃଷ୍ଣ ପଣ୍ଡା,ଭଂଜନଗର ,ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର ,ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l