—
ଜଗତସିଂହପୁର,ତା-୧୬.୧୨.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୭୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୨ ଟି, ଆବାସ ଯୋଜନା ସମର୍କୀୟ ୧୮ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୧ ଟି, ପେନସନ ପାଇବା ପାଇଁ ୨ ଟି, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ପାଇଁ ୦୪ଟି ,ପୋଲିସ ସହାୟତା ପାଇବା ପାଇଁ ୦୪ ଟି, ଏବଂ ଅନ୍ୟାନ୍ୟ ୧୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜଗତସିଂହପୁର, ଶ୍ରୀ ଆଶୁତୋଷ ମିଶ୍ର, ଅତିରିକ୍ତ ତହସିଲଦାର, ଜଗତସିଂହପୁର, ଉର୍ମିଳା ପ୍ରଧାନ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post