ଝାରବନ୍ଧ-ମନୋହର ଦାଶ: ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ମିର୍ଦ୍ଧା, ଝାରବନ୍ଧ ତହସିଲଦାର ଶ୍ରୀ ପ୍ରତାପ ଚନ୍ଦ୍ର ଭୋଇ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅମୃତପାଲ କୌର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୯୩ ଗୋଟି ଅଭିଯୋଗ ମଧ୍ୟରୁ ୫୯ ଗୋଟି ବ୍ୟକ୍ତିଗତ, ୨୮ ଗୋଟି ସାମୁହିକ ଅଭିଯୋଗ ଏବଂ ୬ ଗୋଟି ରେଡକ୍ରସ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.