ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

2

ସୁବର୍ଣ୍ଣପୁର,୩୦/୧୨/୨୪: ଶାସକ ପ୍ରଶାସକ (ପ୍ରକାଶ ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୧ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୫ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l

ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି lଡୁଙ୍ଗୁରିପାଲି ବିଡିଓ ଦିଲୀପ କୁମାର ବାରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୌମ୍ୟାରୁପା ରଥ , ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ , ଉପାଧ୍ୟକ୍ଷ ମକରଧ୍ବଜ ସାହୁ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Leave A Reply

Your email address will not be published.