ନବରଙ୍ଗପୁର /ଅଶୋକ ସାହୁ, ଶାସକ ପ୍ରଶାସକ: ଆଜି ଝରିଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ,ବି ଡି ଓ ରାମକୃଷ୍ଣ ନାୟକ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ରହିଥିଲା ।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post