ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. ୩୦.୧୨.୨୦୨୪ – କଳାହାଣ୍ଡି ଜିଲ୍ଲା ଅଧୀନସ୍ତ କର୍ଲାମୁଣ୍ଡା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୮୮ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୬୫ ଗୋଟି ଓ ସାମୂହିକ ୨୨ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ମଣ୍ଡିରେ ଧାନ ବିକ୍ରି, ରେଶନ କାର୍ଡ, ସୁଭଦ୍ରା ଯୋଜନା, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, , ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଙ୍କ ସମେତ ସ୍ଥାନୀୟ ବିଡିଓ, ତହସିଲଦାର, ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.