ପଦ୍ମପୁର:- ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ବନବିହାର କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ଭଗତପୁର ସ୍ଥିତ ଭୋଇ ସାଗର ଡ଼୍ୟାମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଲସଦା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ପଙ୍କଜ ସାହୁ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ପଲସଦା ସମବାୟ ସମିତି ସମ୍ପାଦକ ଶ୍ରୀଯୁକ୍ତ ହେମନ୍ତ ସାହୁ , ଶିକ୍ଷକ ଶ୍ରୀଯୁକ୍ତ ଶାନ୍ତନୁ ସାହୁ, ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି, ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ଵାଦଶ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରି ବନବିହାର ର ବିଶେଷତା ଉପରେ ଆଲୋକପାତ କରିଥିଲେ। ପରେପରେ ଶିଶୁ ଭାଇଭଉଣୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭୋଜି ଭାତ ର ଆସର ପରେ ନିକଟସ୍ଥ ସାଗର କୁ ଭ୍ରମଣ ରେ ନିଆଁ ଯାଇଥିଲା । ମାତୃଭାରତୀ ସଭ୍ୟା, ପରିଚାଳନା କମିଟି ର ସଦସ୍ୟ ବୃନ୍ଦ, ପୂର୍ବ ଛାତ୍ର ପରିଷଦ ଓ ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.