ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. ୦୬.୦୧ .୨୦୨୫ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୩୦ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୧୨ ଗୋଟି ଓ ସାମୂହିକ ୧୫ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ମଣ୍ଡିରେ ଧାନ ବିକ୍ରି, ରେଶନ କାର୍ଡ, ସୁଭଦ୍ରା ଯୋଜନା, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଉପଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚାକମା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷ୍ୟା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ଶ୍ରମ ଅଧିକାରୀ ସୁବାଷ ମଣ୍ଡଳ ଙ୍କ ସମେତ ସ୍ଥାନୀୟ ବିଡିଓ, ତହସିଲଦାର, ନିର୍ବାହୀ ଅଧିକାରୀ ପୌରପାଳିକା, ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.