ରାଜଭବନ ଉଦ୍ୟାନ ୧୩ ଜାନୁଆରୀରୁ ୨୨ ଜାନୁଆରୀ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ

12

ମୋବାଇଲ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ଅନୁମତି

FILE PHOTO

ଭୁବନେଶ୍ୱର,ତା ୦୮.୦୧.୨୦୨୫ –ଭୁବନେଶ୍ୱର ରାଜଭବନ ଉଦ୍ୟାନ ଚଳିତ ଜାନୁଆରୀ ମାସ ୧୩ ରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି ନିଷ୍ପତି ନିଆଯାଇଛି । କେବଳ ମୋବାଇଲ୍ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍ ଆପ୍ ଡାଉନ୍ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍ସାଇଟରେ ଉପଲବ୍ଧ ଥିବା କୁ୍ୟ-ଆର୍ କୋଡ଼ ମାଧ୍ୟମରେ ମୋବାଇଲ୍ ଆପ୍ ମଧ୍ୟ ଡାଉନ୍ଲୋଡ କରାଯାଇପାରିବ ।
ଉପରୋକ୍ତ ଧାର୍ଯ୍ୟ ତାରିଖ ଅବଧି ମଧ୍ୟରେ ଅପରାହ୍ନ ଘ ୨.୩୦ମି. ରୁ ୫ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନ ସମୟ ଧାର୍ଯ୍ୟ କରାଯାଇଛି । ସେହିପରି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏସଂପର୍କରେ ଏ.ଡ଼ି.ସି / ଚିଫ୍ ସିକୁ୍ୟରିଟି ଅଫିସରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ ପତ୍ର ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି । ଏ ସଂପର୍କରେ ଅଧିକ ବିବରଣୀ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ୱେବ୍ସାଇଟ୍ www.rajbhavanodisha.gov.in ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ଓ ପରିଚୟ କାଡର଼୍ ପରିଧାନ ପୂର୍ବକ ଶିକ୍ଷକ / ଶିକ୍ଷୟିତ୍ରୀ / ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବେ । ସୂଚନାଯୋଗ୍ୟଯେ ସମସ୍ତ ଉଦ୍ୟାନ ଦର୍ଶନାର୍ଥୀମାନଙ୍କ ପାଇଁ ନୁ୍ୟ ଅଭିଷେକ ହଲ୍ ନିକଟସ୍ଥ ୩ ନମ୍ବର ଗେଟ୍ରେ ପ୍ରବେଶ ଏବଂ ସିକୁ୍ୟରିଟି ବାରାକ ନିକଟସ୍ଥ ଗେଟ୍ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.