ଭଞ୍ଜନଗର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

0

 ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆଜି ଜାନୁଆରୀ ମାସ ୧୦ ତାରିଖ ୨୦୨୪ ଶୁକ୍ରବାର ଦିନ ଅପରାହ୍ନ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ଚଳିତ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ଉପଜିଲ୍ଲାପାଳ ଶ୍ରୀ ଅନିଲ ସେଠୀ ସମସ୍ତ ସଭ୍ୟ ସଭ୍ୟା ଙ୍କର ସହ ଯୋଗ କାମନା କରିବା ସହିତ ସମସ୍ତ ଙ୍କୁ ଶୁଭେଚ୍ଛା ଜଣାଇ ଥିଲେ। ଜାନୁଆରୀ ଛବିଶି ଦିବସ ଦିନ ପ୍ରତ୍ୟୁଷ ଘ ୫ : ଟା ରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଦ୍ବାରା ସହର ରେ ରାମଧୁନ୍ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ଘ ୭ଘଣ୍ଟା ୧୫ ମି ରେ ପତାକା ଉତ୍ତୋଳନ କରିବେ । ସକାଳ ଘ ୮:୩୦ ମି ରେ ସ୍ଥାନୀୟ ଜେଲ ପଡ଼ିଆ (ଷ୍ଟାଡିୟମରେ )ମୁଖ୍ୟ ଅତିଥି ଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ। ଚଳିତ ବର୍ଷ ପ୍ୟାରେଡ୍ ରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ l ଏହା ସହ ଛାତ୍ରଛାତ୍ରୀ ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ପ୍ୟାରେଡ୍ ଅଭ୍ୟାସ ଆସନ୍ତା ୨୩/୦୧/୨୦୨୫ ଓ ୨୪/୦୧/୨୦୨୫ ରେ ସ୍ଥାନୀୟ ଜେଲ ଗ୍ରାଉଣ୍ଡ ଷ୍ଟାଡିୟମରେ ଅଭ୍ୟାସ କରିବା ନିମନ୍ତେ ସ୍ଥିର କରାଯାଇଛି । ଏଥି ସହ ଓଡ଼ିଆ ପ୍ରବନ୍ଧ ଲିଖନ,ଚିତ୍ରାଙ୍କନ ଓ ବ୍ରକ୍ତୃତା ପ୍ରତିଯୋଗିତା ଉପଖଣ୍ଡ ସ୍ତରୀୟ ଅନୁଷ୍ଠିତ ହେବ। ଚଳିତ ବର୍ଷ ଉପଖଣ୍ଡର ପ୍ରତି ବ୍ଲକ ରୁ ଗୋଟିଏ ଲେଖାଏଁ ପ୍ୟାରେଡ୍ ଟୃଫ୍ ଅଂଶଗ୍ରହଣ କରିବେ ବୋଲି ସ୍ଥିର କରାଯାଇଛି। ଏହି ପ୍ରସ୍ତୁତି ବୈଠକ ରେ ଭଂଜନଗର ତହସିଲଦାର ଉମାଶଙ୍କର ବେହେରା,ଭଞ୍ଜନଗର ,ସହ ଗୋଷ୍ଠୀ ଶିକ୍ଷାଧିକାରୀ ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ, ଏନ୍.ସି.ସି ଅଫିସର କେ.ଏ ସ.ୟୁ ବି କଲେଜ,ମଧୁସୂଦନ ଟ୍ରଷ୍ଟ ର ଶ୍ରୀ ସୁନୀଲ କୁମାର ପଟନାୟକ,ବଣିକ ସଂଘର ସମ୍ପାଦକ ସୁଶାନ୍ତ କୁମାର ମହାପାତ୍ର ,ଓ ,ଖୁଚୁରା ବ୍ୟବସାୟୀ ସଂଘ ର ସଭାପତି ଗୌରୀ ଶଙ୍କର ପାତ୍ର ଓ ସମ୍ପାଦକ,ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ବିଶିଷ୍ଟ ସମାଜ ସେବୀ ମୁରଲୀଧର ପଣ୍ଡା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି,ସମସ୍ତ ସାମ୍ବାଦିକ,ଶିକ୍ଷକ,ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l ଏହି ପ୍ରସ୍ତୁତି ବୈଠକ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ,ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରଦୀପ କୁମାର ପାତ୍ର ଓ ତାରିଣି ସାହୁ ସହଯୋଗ କରିଥିଲେ।ଶେଷରେ ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶତପଥୀ ସମସ୍ତ ଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.