ବାଲୁଗାଁ ମହାବିଦ୍ୟାଳୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ

0

ବାଲୁଗାଁ:(ସେକ କୌସର ):ଆଜି ତା ୧୦/୦୧/୨୦୨୫- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପ୍ରବାସୀ ଭାରତୀୟମାନଙ୍କ ସମ୍ମାନlର୍ଥେ ବାଲୁଗାଁ ମହାବିଦ୍ୟାଳୟର ପ୍ରଜ୍ଞା ଭବନ ସଭାଗୃହରେ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଯାପନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି l ଭୁବନେଶ୍ୱରରେ ଅନୁଷ୍ଠିତ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଅବସରରେ ବାଲୁଗାଁ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ, ବକ୍ତୃତା, ପୋଷ୍ଟର, ପ୍ରାଚୀର ପତ୍ର ପ୍ରତିଯୋଗିତା କରାଯିବା ସହ ଜନସାଧାରଣଙ୍କ ସଚେତନତା ପାଇଁ ଏକ ସାଇକେଲ ଶୋଭାଯାତ୍ରା ମଧ୍ୟ ଅନୁଷ୍ଠିତ ହୋଇଥିଲା l ଏଥି ସହ ତିନିଦିନ ଧରି ମହାବିଦ୍ୟାଳୟର କୋଠାଗୁଡିକୁ ଆଲୋକମାଳlରେ ସୁସଜ୍ଜିତ କରାଯାଇଥିଲା l ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ଦିଗଦର୍ଶନ ଓ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡକ୍ଟର ପୂର୍ଣଚନ୍ଦ୍ର ସାମନ୍ତରାୟଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦଯାପନୀ ଦିବସ ଆଜି ଅନୁଷ୍ଠିତ ହୋଇଯାଇଛି l ଏଥିରେ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହ, ନାଚୁଣୀ ମହାବିଦ୍ୟାଳୟର ଅଧ୍ୟାପକ ଅଶୋକ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ସମ୍ପୃକ୍ତି ଓ ପ୍ରତିବଦ୍ଧତା ସମ୍ପର୍କରେ ଆଲୋକପାତ କରିଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଅଧ୍ୟାପିକା କୀର୍ତ୍ତିମୟୀ ବାରିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳ l ଅଧ୍ୟାପକ ମୃଡ଼ାଣି ଶଙ୍କର ପ୍ରସାଦ ମିଶ୍ର, ସୁନିତା ନନ୍ଦ, ଝରଣା ନାଥ, ବାଳକୃଷ୍ଣ ପାଢ଼ୀ, କ୍ରିଷ୍ଣା ସେଠି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

Leave A Reply

Your email address will not be published.