ଭୁବନେଶ୍ବର 13/01/2025: ଆଜି ସକାଳେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ଏଜି ଛକ ଭୁବନେଶ୍ଵରସ୍ଥିତ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ, ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ, ଶ୍ରୀଯୁକ୍ତ ସରୋଜ କୁମାର ସାମଲ, ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀଯୁକ୍ତ ସୁରେନ୍ଦ୍ରନାଥ ପରିଡ଼ା, ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ, ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଶ୍ରଦ୍ଧାଶୁମାନ ଅର୍ପଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ଯରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ସକାଳ ଘ. ୮.୩୦ ମିନିଟ ସମୟରେ ମାନ୍ୟବର ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ଯକ୍ରମରେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପର୍ଘ୍ୟ ଅର୍ପଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post