ଭୁବନେଶ୍ଵର : ଆଜି ସକାଳେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ (ମକର ସଂକ୍ରାନ୍ତି )ଅବସରରେ ଉତ୍କଳ ବିଶ୍ଵବିଦ୍ୟାଳୟ, ଭୁବନେଶ୍ଵର ସମ୍ମୁଖରେ ଥିବା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ, ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ, ଶ୍ରୀଯୁକ୍ତ ସରୋଜ କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଭୁବନେଶ୍ଵର ଶ୍ରୀଯୁକ୍ତ ଲକ୍ଷ୍ମଣ ବେହେରା, ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସମ୍ପାଦକ, ଡ ବିରାଜ ମୋହନ ଦାସ, ସଭାପତି, ଶ୍ରୀଯୁକ୍ତ ଜୀବନ ମହାପାତ୍ର, ସ୍ମୃତି ସଂସଦର ଅନ୍ୟାନ୍ୟ କର୍ମକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ, ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ଯରେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ସକାଳ ଘ. ୮.୩୦ ମିନିଟ ସମୟରେ ମାନ୍ୟବର ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ।ର୍ଘ୍ୟ ଅର୍ପଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post