ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରରେ ଆଜି ଜାନୁଆରୀ ମାସ ୨୦ ତାରିଖ ମାସର ତୃତୀୟ ସୋମବାର ଦିନ ୨୦୨୫ ରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି,,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଯୋଗଦାନ କରିଥିଲେ। ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୫୬ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୪୯ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୭ ଟି ଥିଲା। ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୯ ଟି ଅଭିଯୋଗର ଫଇସଲା କରିଥିଲେ। ଆଜିର ଅଭିଯୋଗ ସମୟରେ ଅତିରିକ୍ତ ଜିଲ୍ଲାପାଳ ରେଡ଼କ୍ରସ ପାଣ୍ଠି ରୁ ତିନି ଜଣଂକୁ ୨୨୦୦୦ (ବାଇଶି ହଜାର ଟଙ୍କା )ସେଥିରୁ ଦୁଇ ଜଣଂକୁ ଦଶହଜାର ଟଙ୍କା ହିସାବରେ କୋଡିଏ ହଜାର ଟଙ୍କା ଏବଂ ଆଉ ଜଣଂକୁ ଦୁଇ ହଜାର ଟଙ୍କା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା ଉପରେ ଥିବା ଦେଖାଯାଇଛି। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳସମ୍ପୃକ୍ତ ବିଭାଗ କୁ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ସତପଥୀ,ଭଞ୍ଜନଗର ତହସିଲଦାର ଶ୍ରୀ ଉମାଶଙ୍କର ବେହେରା ,ବେଲଗୁଣ୍ଠା ତହସିଲଦାର ଶ୍ରୀ କଳାକୃଷ୍ଣ ପ୍ରଧାନ, ପୁତ୍ତ ବିଭାଗ ଏସ,ଡି,ଓ ଭଞ୍ଜନଗର ଶ୍ରୀ ପ୍ରତାପ ନାୟକ,,ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ,ଭଞ୍ଜନଗର,ବିଜ୍ଞାପିତ ଅଞ୍ଚଳ ପରିଷଦ ର ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମୁରଲୀ କୃଷ୍ଣ ପଣ୍ଡା ,ଭଂଜନଗର , ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର ,,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.