ଜିଲ୍ଲାସ୍ତରୀୟ ନେତାଜୀ ସୁବାଷ ୧୨୮ତମ ବୋଷଙ୍କ ଜୟନ୍ତୀ ପାଳିତ

0 1

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୁରୁଣା କୋର୍ଟ ଛକ ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ପାଳିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ସମ୍ମାନୀତ ଅତିଥି ଭାବରେ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଆରକ୍ଷୀ ଅଧିକ୍ଷକ ଗଜପତି , ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ଅତିରିକ୍ତ ଜିଲ୍ଲାପାଳ ଗଜପତି , ଶ୍ରୀ କମଳକାନ୍ତ ପଣ୍ଡା , ଡେପୁଟି କଲେକ୍ଟର (ଜରୁରୀ କାଳୀନ ବିଭାଗ) ଗଜପତି , ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ ଗୁରୁମାଇଙ୍କ ସମେତ ପୌରପରିଷଦ ର ସମସ୍ତ କର୍ମଚାରୀ , ସ୍ଥାନୀୟ ଜନସାଧାରଣ ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.