ଶାକମ୍ବରୀ ବିଦ୍ୟାପୀଠର ୪୮ ତମ ବାର୍ଷିକ ଉତ୍ସବ

2

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବୋରିପଦର ସ୍ଥିତ ଶାକମ୍ବରୀ ବିଦ୍ୟାପୀଠର ୪୮ ତମ ବାର୍ଷିକ ଉତ୍ସବ ଏବଂ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରାୟଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅବସରପ୍ରାପ୍ତ ଶିକ୍ଷକ ପ୍ରକାଶନ ଚନ୍ଦ୍ର କର ଯୋଗ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ରୂପେ ଆମ୍ବପୁଆ ସରପଞ୍ଚ ଶିବ ଶଙ୍କର ସେଠୀ, ତନରଡା ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜିତେନ୍ଦ୍ର କୁମାର ସାହୁ ମଞ୍ଚାସୀନ ରହି ଛାତ୍ରଛାତ୍ରୀଙ୍କୁ ବହୁ ହିତୋପଦେଶ ପ୍ରଦାନ କରିବା ସହିତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଏହି ଅବସରରେ ପ୍ରଧାନ ଶିକ୍ଷକ ନାରାୟଣ ଜେନା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ମୁନା ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ I ଶିକ୍ଷକ ବୀରେନ୍ଦ୍ର ପ୍ରଧାନ, ଶିକ୍ଷୟିତ୍ରୀ ବିନିତା ପ୍ରଧାନଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଛାତ୍ରଛାତ୍ରୀ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I ଶିକ୍ଷୟିତ୍ରୀ ପ୍ରତିମା ମହାପାତ୍ର ଧନ୍ୟବାଦ ଜ୍ଞାପନ କରିଥିଲେ I

Leave A Reply

Your email address will not be published.