ଜିଲ୍ଲାସ୍ତରୀୟ ଶହୀଦ ଦିବସ ପାଳିତ

2

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତର ସ୍ୱାଧୀନତା ପାଇଁ ବଳି ଦେଇଥିବା ଶହୀଦ ମାନଙ୍କର ଅମର ଆତ୍ମା ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଉପଲକ୍ଷେ ଆଜି ଗଜପତି ସଦର ମହକୁମା ପାରଳାଖେମୁଣ୍ଡି ଠାରେ ସେମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶହୀଦ ଦିବସ ପାଳିତ ହୋଇଯାଇଛି।
ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରେ ଶହୀଦ ମାନଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜଙ୍କ ଅଧକ୍ଷତାରେ ଦେଶ ପାଇଁ ପ୍ରାଣ ବଳି ଦେଇଥିବା ଶହୀଦ ମହା ପୁରୁଷମାନଙ୍କ ଅମର ଆତ୍ମା ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଶ୍ରୀ କମଳ କାନ୍ତ ପଣ୍ଡା , ଲିପୀନା ଦାସ ଓ କାଷ୍ୟପୀ ବେହେରା , ସହାୟକ ଜିଲ୍ଲାପାଳ ମୋନଜ କୁମାର ପଟ୍ଟନାୟକଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଉପ-ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ନୀରବ ପ୍ରାର୍ଥନାରେ ଅଂଶଗ୍ରହଣ କରି ଶହୀଦ ମାନଙ୍କ ଅମର ଆତ୍ମାପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Leave A Reply

Your email address will not be published.