ରାଜଗାଙ୍ଗପୁର ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0 1

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୯୮ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୨ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୫ ଗୋଟି ଏବଂ ରେଡକ୍ରୋସ ରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ୍ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.