ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ

0 1

ବରଗଡ଼, ତା ୫/୦୨/୨୫: ଆଜି ପୂର୍ବାହ୍ନ ରେ ରାଜ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି l ଏହି ଯୋଜନାରେ ଗାଁ’ର ଭିତ୍ତିଭୂମି ବିକାଶ ପାଇଁ ବର୍ଷକୁ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ମୋଟ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ କରାଯିବ l ଗାଁ’ର ବିକାଶ ପାଇଁ ଆବଶ୍ୟକ ପ୍ରକଳ୍ପ ଗୁଡିକୁ ଗ୍ରାମ ସଭାରେ ହିଁ ସ୍ଥିର କରାଯିବ l

ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲାର ସମସ୍ତ ବ୍ଳକ୍ ଆଭାସୀ ମାଧ୍ୟମରେ ଯୋଡ଼ି ଏହି କାର୍ଯ୍ୟକ୍ରମ ରସିଧା ପ୍ରସାରଣ ରେ ସାମିଲ୍ ହୋଇଥିଲେ । ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ଙ୍କ ସମେତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ଉପାଧ୍ୟକ୍ଷ ଶ୍ରୀ ମୋହନ ଲୁହା, ପୌରଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ ଏବଂ କଂସ ମହାରାଜ ଉପସ୍ଥିତ ରହି ଏହି ଯୋଜନା ମାଧ୍ୟମରେ ପ୍ରତି ଗାଁ’ରେ ଭଲ ରାସ୍ତା, ଡ୍ରେନ, ପାଠାଗାର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗ ରୁମ, ମାର୍କେଟ ସେଡ, ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ଆଦି ନିର୍ମାଣ କରାଯିବା ସହ ଧାର୍ମିକ ପୀଠ, ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀ, ଶିକ୍ଷା ତଥା କ୍ରୀଡା ଭିତ୍ତିଭୂମି ଆଦିର ବିକାଶ ମଧ୍ୟ କରାଯିବ ବୋଲି କହିଥିଲେ। ସରକାରଙ୍କର ସ୍ପଷ୍ଟ ନୀତି; ‘Reform, Perform ଏବଂ Transform’ ଏବଂ ଆମେ “ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ ଏବଂ ସବକା ପ୍ରୟାସ” ମନ୍ତ୍ରକୁ ନେଇ ପରିଚାଳିତ ବୋଲି ସେ ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ କଂସ ମହାରଜ ୨୦୩୬ ସୁଦ୍ଧା ଏକ ବିକଶିତ ରାଜ୍ୟ ରୂପେ ଗଢ଼ି ତୋଳିବା ପାଇଁ ଏହି ନୂତନ ଯୋଜନାର ଆବଶ୍ୟକତା ରହିଛି ବୋଲି ଦୃଢ଼ତା ପ୍ରକାଶ କରିବା ସହିତ ଏଥିପାଇଁ ଜିଲ୍ଲାର ସମସ୍ତ ଅଧିକାରୀ ଏବଂ ଜନସାଧାରଣ ସମସ୍ତେ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ। ବୋଧନ ସାଂସ୍କୃତିକ ସଂଗଠନ ତୋରାର କଳାକାର ମାନେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକ ନୃତ୍ୟ ମାଧ୍ୟମରେ ସଚେତନ କରିଥିଲେ ଏବଂ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରାଯାଇଥିଲା I

Leave A Reply

Your email address will not be published.