ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆଜି ( ବୁଧବାର) ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ମିଶନ ଶକ୍ତି କାଫେ ନିକଟରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ , ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି , ଶ୍ରୀ ଜି.ତିରୁପତି ରାଓ , ସଭାପତି , ଜିଲ୍ଲାପରିଷଦ ଗଜପତି , ଶ୍ରୀ ଏନ୍. ବିରାରାଜୁ , ଅଧ୍ୟକ୍ଷ , ପଞ୍ଚାୟତ ସମିତି ଗୋଷାଣୀ , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି , ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋଷାଣୀ ଓ ତହସିଲଦାର ପାରଳାଖେମୁଣ୍ଡି ଶ୍ରୀ ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପିଇଓ ଙ୍କୁ ଏହି ବିକଶିତ ଗାଁ ବିକଶିତ ଓଡ଼ିଶାର ମାର୍ଗଦର୍ଶିକା ଦିଆଯାଇସରିଛି। ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି। ଏହି ଯୋଜନାର ତୃଣମୂଳ ସ୍ତରରେ ସରକାରୀ ଯୋଜନାର କାର୍ଯ୍ୟକାରିତା କରାଇବାକୁ ଏଭଳି ପଦକ୍ଷେପ ନେଇଛନ୍ତି। ଜିଲ୍ଲାର ଉନ୍ନତି ନିମନ୍ତେ ମୌଳିକ ଭିତ୍ତଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ କରାଯିବ। ଏହାସହ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଗ୍ରାମ୍ୟ ସଡ଼କ ସଂଯୋଗିକରଣ କରାଯିବ। କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ , ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ କରାଯିବ। ସେହିପରି ନୂତନ ଅଭିନବ ଜନମଙ୍ଗଳ କାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକ୍ରମ କରାଯିବ।
ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସମସ୍ତ ଜନପ୍ରତିନିଧି , ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , ବ୍ଲକ ର ସମସ୍ତ କର୍ମଚାରୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗଜପତି କଳା ପରିଷଦର କଣ୍ଠଶିଳ୍ପୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ , ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ର ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.