ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମେତ ସିଆଲିଲଟି , ତାବରସିଂ ଓ ଅନଘା ପଞ୍ଚାୟତର ସମୁଦାୟ ମୋଟ- ୬୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୫ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୩ ଓ ୦୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା ,।ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର୍ .ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ , ଶ୍ରୀ ଲକ୍ଷ୍ମନାରାୟଣ ଶବର , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀ ମୋହନ ଖର୍ସେଲ , ତହସିଲଦାର ଶ୍ରୀ ଜ୍ୟୋତି ମୟ ଦାସ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.