ସାହାଜବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

0

ସୁବର୍ଣ୍ଣପୁର,ଶାସକପ୍ରଶାସକ(ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର କ୍ଲଷ୍ଟର ସାହାଜବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ବିଘ୍ନବିନାଶକ ପ୍ରଭୁ ଶ୍ରୀ ଗଣେଶ ଙ୍କ ଠାରେ ଅତିଥିମାନଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ କରି ପୁଷ୍ପମାଲ୍ୟ ଦେଇ ନାରିକେଲ ଭଞ୍ଜନ କରି ବାର୍ଷିକ ଉତ୍ସବର ଶୁଭାରମ୍ଭ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟ ର ସହକାରୀ ଶିକ୍ଷକ ହାରାଧନ ପଧାନ ବିଦ୍ୟାଳୟର ବିବରଣୀ ପଠନ କରିଥିଲେ । ଏହି ଉତ୍ସବରେ ଡୁଙ୍ଗୁରିପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିଶାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଇଚ୍ଛାପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ସାହୁ, ଇଚ୍ଛାପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ଶେଖର ସାହୁ, ଚିନାଜୁରୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରମେଶ କୁମାର ଭୋଇ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ପ୍ରେରଣା ବାର୍ତ୍ତା ଦେଇଥିଲେ । ଶିକ୍ଷକ ଦୀନବନ୍ଧୁ ଭୂଏ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଏହି ଉତ୍ସବରେ ନିକଟସ୍ଥ ବିଦ୍ୟାଳୟର ଶିକ୍ଷକ ସହଦେବ ଭୂଏ, ସନ୍ତୋଷ ପୁଟୁଲିଆ, ପ୍ରକାଶ ବାରିକ, ସତ୍ୟବାଦୀ ପୁଟେଲ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସମାପ୍ତି ସୂଚକ ମୂଲ୍ୟାୟନ-୧ ରେ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଏବଂ ବିଦ୍ୟାଳୟ ବାର୍ଷିକ କ୍ରୀଡ଼ାରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ଦେଇ ଉତ୍ସାହିତ କରାଯାଇଥିବା ବେଳେ ବିଦ୍ୟାଳୟର ଚାରି ଜଣ ପୂର୍ବତନ ଛାତ୍ରଙ୍କୁ ସମ୍ମାନିତ କରାଯାଇଥିଲା । ପରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଗଜପତି ପୁଟେଲ, ଉପସଭାପତି ଗୋବର୍ଦ୍ଧନ ପୁଟେଲ, କମିଟିର ସମସ୍ତ ସଭ୍ୟ ସଭ୍ୟା, ବିଦ୍ୟାଳୟର ଶିକ୍ଷକ ରାଜେନ୍ଦ୍ର ଦାସ, ଶିକ୍ଷୟତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି କୁଅଁର, ପାଚିକା ସହାୟିକା ଏବଂ ଗ୍ରାମବାସୀ ବୃନ୍ଦ ପୂର୍ଣ୍ଣ ସହଯୋଗ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲଳିତ ବାଗ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମଟି ସମାପନ ହୋଇଥିଲା । ସର୍ବଶେଷରେ ଶିକ୍ଷକ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.