ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କିରାମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିରାମା ଗ୍ରାମ ପଞ୍ଚାୟତ ସମେତ ପାରିମଲା , ଅନୁଙ୍ଗୁରୁ ଓ ସମ୍ବଲପୁର ପଞ୍ଚାୟତର ସମୁଦାୟ ମୋଟ- ୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଓ ୦୪ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକସହାୟତା ରାଶି ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post