ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ତା. ୨୪.୦୨.୨୦୨୫ ଜୟପାଟଣା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୨୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୮ ଗୋଟି ଓ ସାମୂହିକ ୫ ଗୋଟି ରହିଥିବା ବେଳେ ୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ରେଶନ କାର୍ଡ, ପୋଲିସ କେସ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି,ଶିଶୁ ସୁରକ୍ଷା, ସାମାଜିକ ସୁରକ୍ଷା, ଜଳସେଚନ,ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ମୀନତିଲତା ଦାସ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଧର୍ମଗଡ଼ ମନୋଜ ବେହେରା, ବ୍ଲକ ଅଧ୍ୟକ୍ଷ ଥବିର ବାଗ , ଜିଲ୍ଲା ପରିଷଦର ସଭ୍ୟ ଅଙ୍ଗଦ ମାଝୀ , ବ୍ଲକ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଆ , ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମି କହଁର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କହଁର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର ଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.