ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ ଜିଲ୍ଳାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଛି।
ଚଳିତ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଚଳିତ ମାର୍ଚ୍ଚ , ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରଭାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ନେଇ ଜିଲ୍ଲାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀମାନଙ୍କ ସହ ପୁଙ୍ଖାନପୁଙ୍ଖ ଆଲୋଚନା କରଯାଇଥିଲା। ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଗ୍ରୀଷ୍ମ ପ୍ରବାହର ସୁପରିପରିଚାଳନା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।
ଚଳିତ ବର୍ଷର ପ୍ରଥମାର୍ଦ୍ଧ ରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଗଜପତି ଜିଲ୍ଲାରେ ଆରମ୍ଭ ହୋଇଥିବା ବେଳେ ଆଗକୁ ଏହା ଆହୁରି ତିବ୍ର ରୂପ ନେବାର ଆଶଙ୍କା ରହିଛି। ତେଣୁ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି , ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ, ପେକେଟ ଓ ଆବଶ୍ୟକୀୟ ଔଷଧ ମଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାପାଇଁ କୁହାଯାଇଥିଲା।
ସେହିପରି ସମସ୍ତ ଗ୍ରାମାଞ୍ଚଳ , ପାରଳାଖେମୁଣ୍ଡି ପୌରପରିଷଦ , କାଶୀନଗର ଏନ୍ଏସି ଓ ସମସ୍ତ ବ୍ଲକ ପକ୍ଷରୁ ବିଭିନ୍ନ ଛକ ଜାଗାରେ ଜଳଛତ୍ର ଖଳିବା , ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବାକୁ କୁହାଯାଇଛି l ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବା ସମୟରେ ପାଣି ବୋତଲ , ଛତା, ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣ ଙ୍କୁୁ ବ୍ୟାପକ ସଚେତନ କରାଇବାକୁ ଆଲୋଚନା ହୋଇଥିଲା।
ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ , ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ , ପଶୁ ପକ୍ଷୀ ମାନଙ୍କ ଯତ୍ନ ନେବା , ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା , ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା , ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା , ଜୀବ ଜନ୍ତୁଙ୍କ ସୁରକ୍ଷା,ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ , ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା। , ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀ ମାଧବନନ୍ଧ ନାୟକ , ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀଯୁକ୍ତ କମଳ କାନ୍ତ ପଣ୍ଡା ସମେତ ଜିଲ୍ଲାର ସମସ୍ତ ତହସିଲଦାର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମେତ ସମସ୍ତ ଲାଇନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.