ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ

3

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗୋଷାଣୀ ବ୍ଲକ୍ ସରକାରୀ ଉଚ୍ଚ ବିଦ୍ୟାଳୟ , ଜାଜପୁର ଠାରେ ଗଜପତି ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡିଶା ଭୁବନେଶ୍ୱର ଆନୁକୂଲ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁଙ୍କ ନିର୍ଦ୍ଦେଶ ଅନୁସାରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବଜ୍ଞାନ ନିରୀକ୍ଷକ ଏ. ରବି କୁମାର ଶୁଭାରମ୍ଭ କରିଥିବା ବେଳେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ଚନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ବିଜ୍ଞାନ ଦିବସ ର ତାତ୍ପଯ୍ୟ ବୁଝାଇଥିବା ବେଳେ ପୂର୍ବତନ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ମୁଖ୍ୟ ବକ୍ତା ରୂପେ ଯୋଗଦେଇ ଭାରତର ପ୍ରସିଦ୍ଧ ନୋବେଲ ପୁରସ୍କାର ବିଜେତା ଡ଼. ସିଭି ରମଣ ଙ୍କ ରମଣ ପ୍ରଭାବ ଉପରେ ଆଲୋକପାତ କରିଥିଲେ l ତାଙ୍କର ଏହି ଆବିଷ୍କାର ସମଗ୍ର ବିଜ୍ଞାନ ପ୍ରେମୀ ଛାତ୍ର / ଛାତ୍ରୀ ଓ ଶିକ୍ଷକ / ଶିକ୍ଷୟତ୍ରୀ ଅନୁପ୍ରାଣିତ ହେବା ଆବଶ୍ୟକ ବୋଲି କହିଥିଲେ।
ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମୋହନ କୁମାର ନାୟକ ମଞ୍ଚ ପରିଚାଳନା କରିଥିଲେ। ବବିତା ପୁରୋହିତ ସ୍ୱାଗତ କରିଥିବା ବେଳେ ଚପଳା ପାଣିଗ୍ରାହୀ ଧନ୍ୟବାଦ ଦେଇଥିଲେ l

Leave A Reply

Your email address will not be published.