ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ଗଜପତି ଷ୍ଟାଡିୟମ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଆରକ୍ଷୀ ଅଧିକ୍ଷକ ଗଜପତି , ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି , ଶ୍ରୀ ଅନୁପ ପଣ୍ଡା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି , ଶ୍ରୀମତୀ ଏମ୍ ସୁଧାରାଣୀ , ଅଧ୍ୟକ୍ଷା , ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନଗର , ଶ୍ରୀମତୀ ମନୋରମା ଦେବୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗଜପତି , ଶ୍ରୀ ଲକ୍ଷ୍ମଣ ମୁର୍ମୁ , ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି , ସୁଶ୍ରୀ ଅର୍ଚ୍ଚନା କୁମାରୀ କୁମାରୀ ମଙ୍ଗରାଜ , ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ।
ଏହି କାର୍ଯ୍ୟକ୍ରମରେ ଆନ୍ତର୍ଜାତୀୟ ମହିଳା ଦିବସ ଓ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଜିଳ୍ଲାର ଯୋଗ୍ୟା ହିତାଧିକାରୀଙ୍କୁ ଡିବିଟି ମାଧ୍ଯମରେ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସୁଭଦ୍ରା ବିଷୟରେ ଅନ୍ୟମାନଙ୍କୁ ସଚେତନତା ସୃଷ୍ଟି କରିବା ଓ ନିଜର ଆର୍ଥିକ ସମସ୍ୟାକୁ ସୁଦୃଢ କରି ସଫଳତାର କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ସମସ୍ତ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ।
ସେହିପରି ମହିଳାମାନଙ୍କ ଅର୍ଥନୈତିକ , ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ସାମିଲ କରି ଉଚିତ ସମ୍ମାନ ଦେବା ଦେବା ପାଇଁ ମଧ୍ୟ ସମସ୍ତ ଅତିଥି ମାନେ ଅଭିଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣ କରିବା ପାଇଁ ସ୍ଥାନୀୟ ବିଭିନ୍ନ ଅନୁଷ୍ଠାନର କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗରେ ଭଲ କାର୍ଯ୍ୟ କରିଥିବା କର୍ମଚାରୀଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ତଥା ମିଶନ ଶକ୍ତି ଶ୍ରୀ ଟିମନ ବାରା , ଜିଲ୍ଲା ଶିଳ୍ପ ପରିଚାଳକ ଶ୍ରୀ ସୁନାରାମ ସିଂ , ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀ ଶ୍ରୀମତୀ ସାରଳା ପାତ୍ର ଓ ଶ୍ରୀ ମନୋଜ କୁମାର ପଣ୍ଡା ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବହୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ପରେ ପରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରିସମାପ୍ତି ପରେ ରାଜ୍ଯସ୍ତରୀୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.