ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ,ତା୧୭.୦୩.୨୦୨୫: ଆଜି ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ ଚନ୍ଦ୍ର ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଶ୍ରୀମତି ବୀଣା ମାଝୀ ଓ ବି ଡି ଓ ଶରତ ମାଝୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଜିଲ୍ଲାପାଳ ଡ଼ା ମହାପାତ୍ର ୪ ଜଣଙ୍କୁ ସାମାଜିକ ସୁରକ୍ଷା ବିଭାଗ ପ୍ରଦତ୍ତ ହୁଇଲ ଚେୟାର କୁ ପ୍ରଦାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post