ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

0 1

ବିଜେପୁର :- ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ଏବଂ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚୌହାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୭୫ ଗୋଟି ଅଭିଯୋଗ ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ, ୨୩ ଗୋଟି ସାମୁହିକ ଅଭିଯୋଗ ଏବଂ ତନ୍ମଧ୍ୟରୁ ୨ ଗୋଟି ଅଭିଯୋଗର ତତ୍ କ୍ଷଣାତ୍ ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.