ରାଉରକେଲା, (ବସନ୍ତ କୁମାର ଜେନା) : ନୂଆଗାଁ ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନ ଓ ସୁନ୍ଦରଗଡ ଏସପି ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୧୦୨ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୩୫ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୬୭ ଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୪ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ବିଜୟ ନାୟକ, ପିଏଆଇଟିଡିଏ ପାନପୋଷ ବିକ୍ରାଣୀ କିସପଟ୍ଟା, ଡିଏଫଓ ରାଉରକେଲା ଯଶୋବନ୍ତ ସେଠୀ ,ନୂଆଁ ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.