ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ଶଙ୍କର କେରକେଟା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ ଶ୍ରୀ ଅଂଶୁମାନ ମହାପାତ୍ର , ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଶିଆଳି ଗ୍ରାମ ପଞ୍ଚାୟତ ସମେତ ଅଳଡା , କିଡ଼ିଗାଁ , ଖଣ୍ଡଭା ଓ ଗୋରିବନ୍ଧା ପଞ୍ଚାୟତର ସମୁଦାୟ ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୦ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଓ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମିପଟ୍ଟା , ମନରେଗା,ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.