ବେନିନରେ ଓଡିଆ ଶ୍ରମିକ ମୃତ;ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

2

ଭୁବନେଶ୍ବର, ୨୮।୦୩ – ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ବେନିଁରେ ମୃତ ଓଡିଆ ଯୁବକ ପ୍ରତାପ ମଲ୍ଲିକଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ବେନିନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର କ୍ଷିରୋଦ ମଲ୍ଲିକଙ୍କ ପୁଅ ପ୍ରତାପ ମଲ୍ଲିକ ବେନିନର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ| ସେଠାରେ କୌଣସି କାରଣରୁ ତାଙ୍କର ମୃତ୍ୟୁ ହୋଇଥବା କମ୍ପାନୀ କତ୍ତୃପକ୍ଷ ପରିବାର ଲୋକଙ୍କୁ ଜଣାଇଥିଲେ| ପ୍ରତାପଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବା ସହ ବକେୟା ପ୍ରାପ୍ୟ ଯୋଗାଇଦେବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.