ବରଗଡ /ବିଜେପୁର ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୫ର ଚତୁର୍ଥ ଦିବସରେ ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଛି ।ଏହି କ୍ରମରେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନତା ପଦଯାତ୍ରା ଏବଂ କାର୍ଯ୍ୟସ୍ଥଳରେ ଶ୍ରମିକଙ୍କୁ ମିଷ୍ଠାନ୍ନ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ କରି ଉକ୍ତ ଅଭିଯାନର ଶୁଭାରମ୍ଭ ହୋଇଛି । ଜିଲ୍ଲାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବଜାରରେ ପଦଯାତ୍ରା ମାଧ୍ୟମରେ ଦୋକାନ ବଜାର, ଶିଳ୍ପ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ବାଣିଜ୍ୟିକ ପ୍ରତିଷ୍ଠାନ ବା ଜିଲ୍ଲାରେ ପ୍ରତିଷ୍ଠିତ ହୋଇଥିବା କୌଣସି ସଂସ୍ଥା ନିଜର ନାମଫଳକକୁ ଓଡ଼ିଆରେ ଲେଖିବା ପାଇଁ ପ୍ରଶାସନ ପକ୍ଷରୁ ସଂସ୍ଥାର ମାଲିକ, କର୍ତ୍ତୃପକ୍ଷ ତଥା ଜନସାଧାରଣଙ୍କୁ ଓଡ଼ିଆରେ ନାମଫଳକ ଲେଖିବା ପାଇଁ ଉତ୍ସାହିତ କରାଯାଇଛି । ଜିଲ୍ଲା ଶ୍ରମ ବିଭାଗ ଅନୁକ୍ଯଲ୍ୟରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସକେତନତା ପଦଯାତ୍ରାର ଶୁଭାରମ୍ଭ କରିଥିବା ବେଳେ ଜିଲ୍ଲା ଶ୍ରମ ବିଭାଗ ଏବଂ ବରଗଡ ପୌର ପରିଷଦର ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.