ଚଚରାଗୁଡା ସରକାରୀ ଉନ୍ନୀତ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

2

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୯/୦୪/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଚଚରାଗୁଡ଼ା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆମ ସଂସ୍କୃତି ଓ ଆମ ଖେଳନା ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ନୀଳକଣ୍ଠ ମାଝୀ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଶିକ୍ଷକ କୃଷ୍ଣ ଚନ୍ଦ୍ର ପାତ୍ର, ସମ୍ମାନିତ ଅତିଥି ଭାବେ ଚଚରାଗୁଡ଼ା ସରପଞ୍ଚ ରଞ୍ଜୁ ଭତରା ଓ ବିଡିଓ ଶରତ ମାଝି , ସିଆରସିସି ଗୁପ୍ତ ପ୍ରସାଦ ନାଗ ପ୍ରମୁଖ ମଞ୍ଚଷିନ ଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନୀଳକଣ୍ଠ ମାଝୀ ଅତିଥି ପରିଚୟ ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ କରାଯାଇ ବାର୍ଷିକ ଉତ୍ସବ ର ଆନୁଷ୍ଠାନିକ ଉଦଘାଟନ କରାଯାଇଥିଲା। ମୁଖ୍ୟ ବକ୍ତା ଶ୍ରୀ ପାତ୍ର ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ସମୟାନୁବର୍ତ୍ତିତା ସହ ଶୃଙ୍ଖଳିତ ରହିବାକୁ କହିଥିଲେ।ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଆଜିର ଶିଶୁ କାଲିର ଭବିଷ୍ୟତ ବୋଲି କହିବା ସହ ଶିକ୍ଷା ସହ ନିଜ ଅନ୍ତର୍ନିହିତ ଗୁଣର ପରିପ୍ରକାଶ କରିବାକୁ କହିଥିଲେ। ଅତିଥି ମାନେ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହି ଅବସରରେ ପୂର୍ବରୁ ବାର୍ଷିକ କ୍ରୀଡା ରେ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ଶେଷ ରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ରାଜୁ ହରିଜନ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ନାୟକ,ପୁରାତନ ଛାତ୍ର କମିଟି ସଭାପତି ବିଭୁଦତ୍ତ ବିଶୋଇ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ବଳରାମ ସେଠି,ଅମରେନ୍ଦ୍ର ପାତ୍ର,ଶିକ୍ଷୟତ୍ରୀ ରିତାରାଣି ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.