ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ପକ୍ଷ ପାଳନ ତ୍ରୟୋଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଶଙ୍କର କେରକେଟା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ , ସମ୍ମାନୀତ ଅତିଥି ଭାବରେ ଶ୍ରୀଯୁକ୍ତ ଟିମନ ବାରା , ଡିପିଏମ୍ ଓଏଲଏମ୍ ଗଜପତି , ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସଂସ୍କୃତି ଅଧିକାରୀ , ଗଜପତି , ଶ୍ରୀମତୀ ନମିତା ମହାରଣା , ସିଡ଼ିପିଓ ଗୋଷାଣୀ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶା ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଆୟୋଜିତ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଏହି ପ୍ରତିଯୋଗିତାରେ ଜିଲ୍ଲାର ୨୦ରୁ ଉର୍ଦ୍ଧ୍ବ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ନିଜ ନିଜ ଘରେ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ଆଣି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ତିନି ଜଣ କୃତି ପ୍ରତିଯୋଗୀଙ୍କୁ ଶ୍ରୀମତୀ ରମା ସାହା ପ୍ରଥମ , ସୁନୀତା ପ୍ରଧାନ ଦ୍ଵିତୀୟ ଓ ରିନା ମହାରଣା ତୃତୀୟ ସ୍ଥାନ ଅଧିକାର କରିଥିବାରୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post